pr

୨୧ତାରିଖରୁ ବିନା କୋଭିଡ୍‌ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ

dr. purohit

ପୁରୀ, (କେପିଏନ୍‌ଏସ୍‌) : ଆସନ୍ତା ୨୧ତାରିଖରୁ ମହାପ୍ରଭୁଙ୍କୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦର୍ଶନ କରିପାରିବେ ଭକ୍ତ ବୋଲି ଆଜି ଜିଲ୍ଲାପାଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ତେବେ ପୂର୍ବ ନିଷ୍ପତ୍ତି ଅନୁସାରେ ଏସ୍‌ଓପିକୁ କୋହଲ କରାଯାଇ ଦର୍ଶନ ବ୍ୟବସ୍ଥା ହେବ । ସକାଳ ୬ରୁ ୭ଟା ପୁରୀ ବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନର ବ୍ୟବସ୍ଥା କରାଯାଇଥିବା ବେଳେ ପୁରୀ ବାସୀ ନିଜ ନିଜର ପରିଚୟ ପତ୍ର ଦେଖାଇ ସିଂହଦ୍ୱାର ଦେଇ ପ୍ରବେଶ କରିବେ । ବ୍ୟବସ୍ଥା ମୁତାବକ ସକାଳ ୭ଟାରୁ ସାଧାରଣ ଲୋକ ଦର୍ଶନ କରିପାରିବେ । ଏଥିସହ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ୱତନ୍ତ୍ର ଧାଡିରେ ଦର୍ଶନର ବ୍ୟବସ୍ଥା କରାଯିବାକୁ ଥିବାବେଳେ ୨୧ତାରିଖ ଠାରୁ ନେଗେଟିଭ ରିପୋର୍ଟ ଦର୍ଶନ ପାଇଁ ବାଧ୍ୟତା ମୂଳକ ନୁହେଁ
ସେହିପରି ପ୍ରତି ରବିବାର ସାଧାରଣ ଦର୍ଶନ ବନ୍ଦ ରଖାଯିବା ପାଇଁ ନିଷ୍ପତି ନିଆଯାଇଥିବା ବେଳେ ସେହିଦିନ ଶ୍ରୀମନ୍ଦିର ସାନିଟାଇଜ କରାଯିବ । ୨୧ତାରିଖରୁ ପ୍ରତିଦିନ ପାଖାପାଖି ୩୦ହଜାର ଭକ୍ତ ଦର୍ଶନ କରିବା ନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

nrusinghnath
Leave A Reply

Your email address will not be published.