centurian jitm

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ଖସାପଡ଼ା ନୀତି : ଅପରାହ୍ନରେ ୪ ଘଣ୍ଟା ଦର୍ଶନ ବନ୍ଦ

nschool

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି । ଏଥିଲାଗି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଖସାପଡ଼ା ନୀତି ଠାକୁରଙ୍କ ଏକ ଗୁପ୍ତ ସେବା । ଏହି ସେବା ସମୟରେ ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ଥାଏ । ଖସାପଡ଼ା ନୀତି ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ସୁରକ୍ଷା ହୋଇଥାଏ । ଦଇତାପତି ସେବାୟତମାନେ ଶ୍ରୀବିଗ୍ରହଙ୍କ ଏହି ସେବା ସମ୍ପନ୍ନ କରିବେ । ଶ୍ରୀମନ୍ଦିରରେ ଦ୍ୱିପହର ଧୂପ ପରେ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ରଥଯାତ୍ରା ଅବସରରେ ଠାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହଞ୍ଚିଥାଏ । ଏଣୁ ଖସାପଡ଼ା ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷିତ ହୁଏ ।

Leave A Reply

Your email address will not be published.