pakka

ଆଜି ମହାପ୍ରଭୁଙ୍କ ବଳିବାମନ ବେଶ

bbehera

ପୁରୀ : ଶ୍ରୀମନ୍ଦିରରେ ଗତକାଲି ବାମନ ଜନ୍ମ ନୀତି ସଂପନ୍ନ ହେବା ପରେ ଆଜି ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ବେଶରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବାବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ । ଆଜି ଶ୍ରୀମନ୍ଦିରରେ ଦ୍ୱିଡହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜିତ କରାଯିବ । ବଡ଼ସିଂହାର ପୂଜା ପର୍ଯନ୍ତ ଏହି ବେଶ ରହିବ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ୱର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ । ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜାଙ୍କୁ ପାତାଳରେ ଚାପି ଦେଇଥିଲେ । ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଶହ ଶହ ବର୍ଷ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି ।

jay balangir
Leave A Reply

Your email address will not be published.

1 × 1 =

error: Content is protected !!