ଶ୍ରୀମନ୍ଦିରରେ ଦଶହରା, ରାଜରାଜଶ୍ୱେର ବେଶରେ ମହାପ୍ରଭୁ

ପୁରୀ : ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ପାଳନ କରାଯାଉଛି । ଏହି ଅବସରରେ ମହାପ୍ରଭୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ସଜ୍ଜିତ ହେବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ । କୋଭିଡ୍‌ କଟକଣା ଯୋଗୁଁ ଦୁଇବର୍ଷ ଧରି ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନରୁ ବଞ୍ଚିତ ଥିବାବେଳେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ପାଇଁ ପ୍ରବଳ ସମାଗମ ହେଉଛି ।

Leave A Reply

Your email address will not be published.

fifteen − 1 =