ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ବିଦାୟ ସମ୍ବର୍ଦ୍ଧନା ଯୁକ୍ତ ଦୁଇ ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯାଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ବୁଢାଡଙ୍ଗର ମାଧ୍ୟମିକ ବିଦ୍ୟାଳୟର ଅଧକ୍ଷ ଛବିଲ କୁମାର ବଗର୍ତ୍ତି ଯୋଗ ଦେଇଥିଲେ । କଲେଜର ଅଧ୍ୟକ୍ଷ ବିଜୟ କୁମାର ହୋତା, ଅଧ୍ୟାପକ ରାମଚନ୍ଦ୍ର ବିଶ୍ଵାଳ, ଜ୍ୟୋତିର୍ମୟୀ ତ୍ରିପାଠୀ, ସୀମା ମାହାକୁର, ରାଜେଶ କୁମାର ସାହୁ ଓ ଲିପନ ଚନ୍ଦ୍ର ମିଶ୍ର ଉପସ୍ଥିତ ରହି ଯୁକ୍ତ ଦୁଇ ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କ ଉତ୍ତମ ଭବିଷ୍ୟତର ବାର୍ତ୍ତା ପ୍ରଦାନ କରିଥିଲେ । ଏହା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପରିବେଷଣ କରାଯାଇଥିଲା ।

Leave A Reply

Your email address will not be published.

error: Content is protected !!