pakka

ମାଝୀପଡା ବିଦ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

kalikesh

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ମହିଳାମାନେ ଚାହିଁଲେ ଏକ ସୁନ୍ଦର ରାଷ୍ଟ୍ର ନିର୍ମାଣ କରିପାରିବେ ବୋଲି ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ସଭାପତି ସହଦେବ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥି ଭାବରେ ଅଙ୍ଗନବାଡ଼ି କର୍ମୀ ସଙ୍ଗୀତା ବଏ ଓ ଅବସରପ୍ରାପ୍ତ ଶିକ୍ଷକ ଥମିର ଛତ୍ରିଆ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶ ସଭାର ଆଭିମୁଖ୍ୟ କହିବା ସହିତ ସ୍ୱାଗତ ଅଭିଭାଷଣ ରଖିଥିଲେ । ଶିକ୍ଷକ କିଶୋର ବରିହା ଅତିଥି ପରିଚୟ ଓ ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ । ପରିଶେଷରେ ଛାତ୍ରଛାତ୍ରୀମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା ।

pp
Leave A Reply

Your email address will not be published.

one + sixteen =