ଡ.ବି.ଆର.ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମ୍ବିଧାନ ପ୍ରଣେତା ଡ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ଆଜି ପୂର୍ବାହ୍ନରେ କଚେରୀ ଛକ ସ୍ଥିତ ଡ. ବି.ଆର.ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଜିଲ୍ଲାପାଳ ଚଞ୍ଚଳ ରାଣା, ଉପ- ଜିଲ୍ଲାପାଳ ସୁଧାକର ନାୟକ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ପୌର ନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ ପ୍ରମୁଖ ଉପସ୍ଥିତ ରହି ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Leave A Reply

Your email address will not be published.