ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଆଜି ହେଉଛି ଏପ୍ରିଲ ଏକ ତାରିଖ । ଯାହାକୁ ଆମ ରାଜ୍ୟରେ ଉତ୍କଳ ଦିବସ ରୂପେ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ଟିଟିଲାଗଡ ଲୋକ ସମ୍ପର୍କ ଓ ସୂଚନା ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ସହରର ବିଭିନ୍ନ ଛକରେ ଥିବା ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଟିଟିଲାଗଡ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନ, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ବ୍ଲକ ଉନ୍ନୟନ ଅଧିକାରୀ ଚନ୍ଦେମାବି ନାଗ, ଏସ ଡି ପି ଓ ଯଶୋବନ୍ତ ନାରାୟଣ ପ୍ରଧାନି, ସାଂସଦ ପ୍ରତିନିଧି ପ୍ରଶାନ୍ତ ଷଡ଼ଙ୍ଗୀ, ପୌର ପରିଷଦର ନିର୍ବାହୀ ଅଧିକାରୀ ଚନ୍ଦନ ଶତପଥୀ ଓ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଆମ ବୀରପୁତ୍ରଙ୍କ ଅବଦାନ ଆମ ପାଇଁ ଅବିସ୍ମରଣୀୟ ହୋଇ ରହିବ ।