ଜିଲ୍ଲାସ୍ତରୀୟ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ତାଲିମ କେନ୍ଦ୍ରରେ ଏ.ଡି.ଏମ. ଅଞ୍ଜଳିନା ପଧାନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଶ୍ୱରଞ୍ଜନ ପତି, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ କୁମୁଦିନୀ ମୁଦୁଲି, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକ୍ଷକ ଡା. ଦୁର୍ଗାଦତ୍ତ ଦାସ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ଏଫ୍ ଡବ୍ଲୁ )ଡା. ଦୈତ୍ୟ ନାରାୟଣ ପାଢ଼ୀ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ଡିସି)ଡା. ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ସଂଯୋଜକ ବିଶ୍ୱମ୍ବର ବେହେରା ପ୍ରମୁଖ ସମ୍ମାନିତ ଅତିଥି ମଞ୍ଚାସିନ ଥିଲେ । ଅତିଥି ମାନେ ବିଶ୍ୱ ମାନସିକ ଦିବସ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ବୁଝାଇ ମାନସିକ ରୋଗ ବିଷୟରେ ସଚେତନତା ସୃଷ୍ଟିକରି ଆତ୍ମବିଶ୍ୱାସ, ଧୈର୍ଯ୍ୟ ଓ ସହନଶୀଳତା ହିଁ ସମାଧାନର ସୂତ୍ର, ଆସନ୍ତୁ ପାରିବାରିକ ଓ ସାମାଜିକ ସମ୍ପର୍କକୁ ସୁସ୍ଥ ଓ ସୁଦୃଢ କରି ସମସ୍ତଙ୍କ ପାଖରେ ବିଶ୍ୱାସ ଭାଜନ ପୂର୍ବକ ଏକ ସୁସ୍ଥ ସମାଜ ଗଠନ କରିବାରେ ସହାୟକ ହୋଇ ପାରିବା ବୋଲି କହିବା ସହିତ ଆଇନ ସେବାର ବିଭିନ୍ନ ସୁବିଧା ସୁଯୋଗ ଉପରେ ଆଲୋଚନା କରିଥିଲେ । ଅତିରିକ୍ତ ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟ ପରିଚାଳିତ ହୋଇଥିଲା । ଉକ୍ତ ସଭାରେ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଡିଏମଏଚପି ସୁପରଭାଇଜର ଅନୁପରଞ୍ଜନ ଦାସ, ରେଆର ପ୍ରତିନିଧି ମନୋଜ କୁମାର ସ୍ୱାଇଁ, ସିପିଟୀ କରାମ ପଟେଲ ଏବଂ ପିଏସ୍‌ଡବ୍ଲୁ ଶିବକର୍ମୀ ସହଯୋଗ କରିଥିଲେ । ପ୍ରଥମେ ଏକ ରାଲି ସହର ପରିକ୍ରମା କରି ଅତିଥି ବୃନ୍ଦ ୧୦ ଜଣ କୃତି ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ । ସଭାରେ ସୋନପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମକର୍ତ୍ତା, ରେଆର କର୍ମକର୍ତ୍ତା, ଏଏନ୍ଏମ୍ ତାଲିମ କେନ୍ଦ୍ର ଛାତ୍ରୀ ବୃନ୍ଦ, ଆଶା, ସ୍ୱାସ୍ଥ୍ୟ ଅଧିକାରୀ ବୃନ୍ଦ ଓ ସାମ୍ବାଦିକ ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ସହ ପରିଚାଳକ ଅଣ ସଂକ୍ରାମକ ରୋଗ ଗୀତାଞ୍ଜଳି ମେହେର ଧନ୍ୟବାଦ ପ୍ରଦାନ କରିଥିଲେ ।

jittmm
Leave A Reply

Your email address will not be published.