oum

ଅଘରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଘରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଅନୁସାରେ ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ।

ସେମାନଙ୍କ ଅନୁରୋଧ ତଥା ଅଘରିଆ ସମାଜର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଘରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ଅଘରିଆ ସମାଜ ଭବନ ନିର୍ମାଣ ପାଇଁ ତିନି କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

Leave A Reply

Your email address will not be published.