oom

କଟକ ଜିଲ୍ଲା ମହାନଦୀରେ ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୫୦ କୋଟି ଟଙ୍କା ମଞ୍ଜୁର

jsmm
  • ତିନୋଟି ବ୍ଲକ୍‌ – ବଡମ୍ବା, ବାଙ୍କୀ ଓ ଭାପୁରର ଜନସାଧାରଣ ଉପକାର ପାଇବେ
  • ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ
  • 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ କଟକ ଜିଲ୍ଲା ଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ, ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ପ୍ରକଳ୍ପ ଅନୁମୋଦନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଏହି ପ୍ରକଳ୍ପଟି ହେଉଛି – ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

ଏହାଦ୍ବାରା ତିନୋଟି ବ୍ଲକ୍‌ର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ବୈଦେଶ୍ବର ପ୍ରକଳ୍ପ ଦ୍ବାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକ୍‌ର ଜନସାଧାରଣ ଉପକୃତ ହେବେ ।

jittmm
Leave A Reply

Your email address will not be published.