୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ : ପ୍ରତ୍ୟେକ ବାଟାଲିଅନ ପାଇଁ ୨୨୧ ପଦବୀ ସୃଷ୍ଟି

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଞ୍ଜୁରୀ । ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି । ଆହୁରି ୧୩୨ଟି ପଦବୀ ଆଉଟ୍‌ ସୋର୍‌ସିଂ ଜରିଆରେ ମଧ୍ୟ ପୂରଣ ହେବ ।

ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି ।
ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (ଡବ୍ଲୁଟି)-୧, ସବ୍‌ଇନିସ୍‌ପେକ୍ଟର (ଡବ୍ଲୁଟି)-୨, ହାବିଲଦାର (ଡବ୍ଲୁଟି)-୪, କନେଷ୍ଟବଳ(ଡବ୍ଲୁଟି)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ ।

ଏହା ସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ୟ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି । ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ । ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ସିଂ ପଦବୀ ସୃଷ୍ଟି କରାଯାଇଛି ।

Leave A Reply

Your email address will not be published.

8 + 9 =