centurian jitm

ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା : ମୁଖ୍ୟ ସାକ୍ଷୀ ମନୁଙ୍କ ବାଇକ୍ ଦୁର୍ଘଟଣା

ଝାରସୁଗୁଡା : ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା । ସଡ଼କ ଦୁର୍ଘଟଣାରେ ମୁଖ୍ୟ ସାକ୍ଷୀ ମନୁ ପ୍ରସାଦ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ କେଉଁ ପରିସ୍ଥିତି ଦୁର୍ଘଟଣା ଘଟିଲା ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ସୂଚନାଯୋଗ୍ୟ ଯେ, ବେଲପାହାଡ଼ ଥାନା ଅନ୍ତର୍ଗତ ବେଲପାହାଡ଼ ମ୍ୟୁନିସିପାଲଟି ନିକଟରେ ମନୁ ବାଇକରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ପିକ୍‌ଅପ୍ ଗାଡ଼ି ଧକ୍କା ଦେଇଥିଲା । ଦୁର୍ଘଟଣାରେ ମୋନୁ ଗୁରୁତର ଭାବେ ଆହତ ହୋଇଛନ୍ତି । ସ୍ଥାନୀୟଲୋକ ତାଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କୁ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତରଣ କରାଯାଇଛି । ଅନ୍ୟପଟେ ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ବାଇକ ଓ ପିକ୍‌ଅପ୍ ଗାଡ଼ି ଜବତ କରି ଥାନାକୁ ନେଇଥିବା ଜଣାପଡିଛି ।

Leave A Reply

Your email address will not be published.