centurian jitm

ଏନ୍‌କାଉଣ୍ଟରରେ ଟଳିଲେ ୧୫ ମାଓବାଦୀ

nschool

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୫ ମାଓବାଦୀ ନିହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ଆଗକୁ ବଢିବାର ମଧ୍ୟ ଆଶଙ୍କା ରହିଛି । ଖବର ଅନୁସାରେ ଛତିଶଗଡ଼ ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ଼ ଉପରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିଲେ । ଏନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆର୍‌ଜି ଓ ସିଆର୍‌ପିଏଫ୍‌ ବାହିନୀଙ୍କ ପକ୍ଷରୁ କୁମ୍ବିଂ ଅପରେସନ୍‌ ଆରମ୍ମ ହୋଇଥିଲା । ଦୀର୍ଘ ୪ ଘଣ୍ଟା ଧରି ଗୁଳିବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଯାହାପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ସୁରକ୍ଷାକର୍ମୀଙ୍କ ଗୁଳିରେ ୧୫ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଏହାସହ ଘଟଣାସ୍ଥଳରୁ ବିପୁଳ ପରିମାଣର ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

Leave A Reply

Your email address will not be published.