ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପୁଣି ଲାଗିଲା ମାଓବାଦୀ ପୋଷ୍ଟର କନ୍ଧମାଳ – ରାୟଗଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ କୋଟଗଡ ବ୍ଲକ ନିକଟସ୍ଥ ତେଲେଙ୍ଗା ପଦର ଛକରେ କିଛି ଦିନର ନୀରବତା ପରେ ପୁଣି ଜିଲ୍ଲା ସୀମାନ୍ତରେ ମାଓବାଦୀଙ୍କ ଉପସ୍ଥିତି ଜାହିର କରି ମାଓବାଦୀ ମାନେ ବ୍ୟାନର ମାରିଥିବା ଦେଖିବାକୁ ମିଳିଛି । ବ୍ୟାନରରେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ବୋଲି ଉଲ୍ଲେଖ କରାଯାଇଛି । ରାୟଗଡ଼ା ଜିଲ୍ଲା ଅଞ୍ଚଳ ବଂଶଧାରା ଘୁମୁସର ନାଗାବଳୀ (ବାହୁନା) ଅଧୀନରେ ଆସୁଥିବା ବେଳେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ଉଲ୍ଲେଖ ଥିବାର ବ୍ୟାନରକୁ ନେଇ ପୁଲିସ ଚିନ୍ତାରେ ପଡିଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ, ରାୟଗଡ଼ା ଜିଲ୍ଲା ସୀମାନ୍ତ ଫୁଲବାଣୀ ଜିଲ୍ଲାରେ ଏବେ ମାଓବାଦୀ ଦମନ କରିବାରେ ଉଲ୍ଲେଖନୀୟ ସଫଳତା ପାଇଥିବା ବେଳେ କିଛି ମାଓବାଦୀ ରାୟଗଡ଼ା ଜିଲ୍ଲାର ଚନ୍ଦ୍ରପୁର, ମୁନିଗୁଡ଼ା ଅଞ୍ଚଳରେ ନିଜର ସୁରକ୍ଷା ପାଇଁ ଘୁରି ବୁଲୁଥିବା ଜଣାପଡିଛି । ଏହି ବ୍ୟାନରରେ ଖଣି ଖାଦାନକୁ ବିରୋଧ କରି ବିଭିନ୍ନ ବିଷୟ ଉଲ୍ଲେଖ ଥିବା ଜଣାପଡିଛି ।
Next Post