ନେପାଳ ପଳାଇଥିଲେ ମୁଖ୍ୟ ଅଭିଯୁକ୍ତ, ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି ରାଜ୍ୟ ସରକାର ।
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ପୋଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ ଗିରଫ କରିଛି । ଅଭିଯୁକ୍ତ ଶଙ୍କରକୁ କ୍ରାଇମବ୍ରାଞ୍ଚର ଏକ ଟିମ୍ ଉତ୍ତରାଖଣ୍ଡରୁ ଗିରଫ କରିଥିବା ଜଣାପଡ଼ିଛି । ଏହି ଘଟଣାର ପର୍ଦ୍ଦାଫାସ ହେଲା ପରେ ଶଙ୍କର ସିଧାସଳଖ ନେପାଳ ପଳାୟନ କରିଥିଲା । ତେବେ ପୋଲିସ ଶଙ୍କରକୁ ଖୋଜିଖୋଜି ଉତ୍ତରାଖଣ୍ଡରେ ଠାବ କରିଥିଲା । ଗିରଫ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ଓଡ଼ିଶାକୁ ନେଇ ଆସୁଛି । ମୁଖ୍ୟ ଅଭିଯୁକ୍ତଠାରୁ ଆହୁରି ଅଧିକ ତଥ୍ୟ ହାସଲ କରିବ ବୋଲି ଆଶା କରାଯାଉଛି । ଓଡ଼ିଶା ପୋଲିସ ଏସ୍ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ଗିରଫ ହୋଇଛି । ନେପାଳ ସୀମାରୁ କ୍ରାଇମବ୍ରାଞ୍ଚ ଶଙ୍କରକୁ ଗିରଫ କରିଛି । କ୍ରାଇମବ୍ରାଞ୍ଚ ଟିମ୍ ଗାଜିଆବାଦରେଥିବା ଶଙ୍କରର ଘରେ ପୂର୍ବରୁ ଚଢ଼ାଉ କରିଥିବାବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା । ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା । ଏସ୍ଆଇ କେଳେଙ୍କାରୀର ଖୋଲୁଛି ଗୁମର : କ୍ରାଇମ୍ବ୍ରାଞ୍ଚ ଟିମ୍ ସିଲିକନ୍ ଟେକ୍ ଲ୍ୟାବ୍ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ କରୁଛି ଜେରା । ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା । ଡିଏସ୍ପି ଅନିଲା ଆନନ୍ଦଙ୍କ ନେତୃତ୍ବରେ ଦିଲ୍ଲୀରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚର ଏକ ଚାରିଜଣିଆ ଟିମ୍ ଏ ସଂପର୍କରେ ସୂଚନା ପାଇ ଚଢ଼ାଉ କରିବା ସହିତ ତାକୁ ନେପାଳ ସୀମାରୁ କାବୁ କରିଥିଲେ । ଶଙ୍କର ନିକଟରୁ ଦୁଇଟି ମୋବାଇଲ୍ ଫୋନ ଓ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବାବେଳେ ଗାଜିଆବାଦରୁ ଗୋଟିଏ ଫର୍ଚୁନର୍ ଗାଡ଼ି ଜବତ କରାଯାଇଛି । ପୋଲିସ ଏସ୍ଆଇ କେଳେଙ୍କାରୀ ମାମଲାରେ ୨ଜଣଙ୍କୁ ଜେରା ; ଏହି ପ୍ରସଙ୍ଗକୁ ନେଇ ତେଜୁଛି ରାଜନୀତି ସେଠାରେ ଶଙ୍କରର ପତ୍ନୀ ଓ ପିଲାଙ୍କୁ କ୍ରାଇମବ୍ରାଞ୍ଚ ଟିମ୍ ଜେରା କରୁଥିବାବେଳେ ଅନ୍ୟ ଏକ ଟିମ୍ ଶଙ୍କରକୁ ଧରି ଓଡ଼ିଶା ଆସୁଛନ୍ତି । ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ (ଓପିଆରବି) ଦ୍ବାରା ପ୍ରସ୍ତୁତ ପୋଲିସ ଏସ୍ଆଇ କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ବର୍ତ୍ତମାନ ସୁଦ୍ଧା ୧୨୪ ଜଣଙ୍କୁ ଗିରଫ କରିସାରିଲାଣି ।