ମାଟ୍ରିକ ପରୀକ୍ଷା ହେବ ସହଜ

ଭୁବନେଶ୍ୱର: ୨୦୨୪ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି । ଏହି ପ୍ରଶ୍ନପତ୍ର ଅନୁଯାୟୀ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରିବେ । ଜିଲ୍ଲା ଶିକ୍ଷା ଅଧିକାରୀମାନେ ପ୍ରଶ୍ନପତ୍ରଗୁଡ଼ିକୁ ହାଇସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ପଠାଇବା ସହ ସମସ୍ତ ପିଲାଙ୍କ ନିକଟରେ ପହଞ୍ଚାଇବାକୁ ମାଧ୍ୟମିକ ଶିକ୍ଷା ନିର୍ଦେଶକ ନିର୍ଦେଶ ଦେଇଛନ୍ତି । ମାଟ୍ରିକ ପରୀକ୍ଷା ଅନୁଯାୟୀ ଓଡ଼ିଆ, ଇଂରାଜି, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ସେଟ୍‌ ଲେଖାଏ ନମୁନା ପ୍ରଶ୍ନପତ୍ର ପଠାଯାଇଛି । ଏହାସହ ଜିଲ୍ଲାସ୍ତରରେ ଥିବା ଦକ୍ଷ ଶିକ୍ଷକମାନଙ୍କ ଦ୍ୱାରା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇ ତାହାକୁ କୋସ୍‌ଚିନ୍ ବ୍ୟାଙ୍କ ପାଇଁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିକଟକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.