ଭୁବନେଶ୍ୱର, (କେପିଏନ୍ଏସ୍) : କୋଭିଡ ମହାମାରୀ ଯୋଗୁ ମାଟ୍ରିକ ତଥା ଅନ୍ୟାନ୍ୟ ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢା ପ୍ରଭାବିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଭିନ୍ନ ଶିକ୍ଷାବିତ, ଅଭିଭାବକ ସଂଘ ତଥା ଶିକ୍ଷା ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରି ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପଦ୍ଧତି ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।