ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ର ଶିଶୁ ବାଟିବା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଅଞ୍ଚଳ ମହା ବିଦ୍ୟାଳୟର ଅଧ୍ୟାପିକା ମୋନାଲିସା ସ୍ୱାଇଁ ଯୋଗ ଦେଇ ଦୀପ ପ୍ରଜ୍ୱଳନ କରି ଶିଶୁ ବିକାଶରେ ପରିବାରର ଭୂମିକା ଓ ଶିଶୁ ଶିକ୍ଷାରେ ଭାରତୀୟ ସଂକଳ୍ପନା ବିଷୟ ଉପରେ ଆଲୋକପାତ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ପରିଚାଳନା ସମିତିର ସଭ୍ୟା ଶ୍ରୀମତୀ ଅଲିଭା ରଥ ଧନ୍ୟବାଦ ଅର୍ପଣ କରିଥିଲେ । ଜୀବନାନନ୍ଦ ଶତପଥି ଗୁରୁଜୀ ସଂଯୋଜନ କରିଥିବା ବେଳେ ପ୍ରାତଃ ପର୍ଯ୍ୟାୟ ପ୍ରମୁଖା ଶ୍ରୀମତୀ ସୁଜାତା ତ୍ରିପାଠୀ ସୂଚନା ପ୍ରଦାନ କରିଥିଲେ । ଭକ୍ତ ସମ୍ମିଳନୀରେ ୧୦୨ ଜଣ ମା’ ଯୋଗଦେଇଥିଲେ । ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।
