oom

ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

jsmm

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ମଥୁରା ଗ୍ରାମରେ ଯୁବକଙ୍କୁ ଆକ୍ରମଣ । ଖଣ୍ଡାରେ ହାଣି ଆକ୍ରମଣ ଅଭିଯୋଗ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି । ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ମଥୁରା ଗ୍ରାମର ରୁଦ୍ର ପ୍ରସାଦ ସେଠୀ ମଙ୍ଗଳବାର ସନ୍ଧ୍ୟା ସମୟରେ ଧୋବାସାହି ନିକଟରେ ବସିଥିଲେ । ସେହି ସମୟରେ ୪ରୁ ୫ଜଣ ଯୁବକ ଆସି ରୁଦ୍ରଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଆକ୍ରମଣ କରି ଆକ୍ରମଣକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ରୁଦ୍ରଙ୍କୁ ଉଦ୍ଧାର କରି ପ୍ରଥମେ ପୋଲସରା ମେଡ଼ିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି । ରୁଦ୍ରଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିବା ବେଳେ ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

jittmm
Leave A Reply

Your email address will not be published.