oom

ଫାଇଲେରିଆ ନିରାକରଣ ଅଭିଯାନର ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଶୁଭାରମ୍ଭ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୧ଟି ବ୍ଲକ ଓ ୫ଟି ସହରାଞ୍ଚଳରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସାଲୱାର ନିଜେ ଡି॰ ଇ॰ ସି ବଟିକା ଓ କୃମିନାଶକ ବଟିକା ଖାଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ. ରମେଶ ଚନ୍ଦ୍ର ସାହୁ, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ଡ଼ଃ. କୁବେର ଚନ୍ଦ୍ର ମହନ୍ତ, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ଡ଼ଃ. ସୁଦ୍ଧା ବାର୍ଳା, ଟାଟା ପାୱାର ସିଏସଆର ମୁଖ୍ୟ ଅରୁଣା ମରାଣ୍ଡି, ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ପାତ୍ର, ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମର ଜିଲ୍ଲା ସଂଯୋଜକ ସୁରେଶ ସ୍ଵାଇଁଙ୍କ ସମେତ ଜିଲ୍ଲା କାର୍ଯ୍ୟଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲା କାର୍ଯ୍ୟଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀମାନେ ଡି॰ ଇ॰ ସି ବଟିକା ଓ କୃମିନାଶକ ବଟିକା ଖାଇଛନ୍ତି । ଜିଲ୍ଲାର ୧୩,୪,୯୪୧ଜଣ ଜନସଂଖ୍ୟାକୁ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ଡି॰ ଇ॰ ସି ବଟିକା ଓ କୃମିନାଶକ ବଟିକା ଖୁଆଇବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ ପରିବାରର ସଦସ୍ୟ ସଦସ୍ୟାମାନଙ୍କୁ ବୟସ ଅନୁସାରେ ଏହି ବଟିକା ଖୁଆଇବେ । ଜିଲ୍ଲାପାଳ ଏହାକୁ ଏକ ଟିମ ଭାବେ କାମ କରିବା ସହ ଅଭିଯାନକୁ ସଫଳ କରାଇବାକୁ କହିଥିଲେ । ତେଣୁ ଜନସାଧାରଣ ଏହି ଅଭିଯାନରେ ସହଯୋଗ କରିବା ସହ ଏହି ବଟିକା ନିଶ୍ଚୟ ଖାଇବାକୁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

jittmm
Leave A Reply

Your email address will not be published.