ଓଡିଶା ଗ୍ରାମ୍ୟ ବ୍ୟାଙ୍କର ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

  • ୨୬,୭୨୨ ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦୦୧ କୋଟି ଟଙ୍କାର ଋଣ
  • ଉପକୃତ ହେଲେ ୨.୬୮ ଲକ୍ଷ ମା
  • ୫ଟି ମୋବାଇଲ ଭ୍ୟାନ-ତଥା-ଏଟିଏମ୍‌ର ଶୁଭାରମ୍ଭ
  • ମିଶନ ଶକ୍ତି ମା’ମାନଙ୍କ ସଶକ୍ତିକରଣରେ ଭାଗୀଦାର ହୋଇ ଓଡିଶାର ରୂପାନ୍ତରରେ ସାମିଲ ହେବା ପାଇଁ ବ୍ୟାଙ୍କର୍ସମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଏଥିରେ ସହଯୋଗର ହାତ ବଢାଇଛି ଓଡିଶା ଗ୍ରାମ୍ୟ ବ୍ୟାଙ୍କ । ମୁଖ୍ୟମନ୍ତ୍ରୀଙ୍କ ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ମିଶନ ଶକ୍ତିର ମା’ମାନଙ୍କ ପାଇଁ ଆଜି ଆରମ୍ଭ ହୋଇଛି ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ । ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ରାଜ୍ୟର ୨.୬୮ ଲକ୍ଷ ମା’ ଉପକୃତ ହେବେ । ଏକାଦିନରେ କେବଳ ମା’ମାନଙ୍କ ପାଇଁ ଏତେ ବଡ ଋଣ ପ୍ରଦାନ କାର୍ଯ୍ୟକ୍ରମ ପୂର୍ବରୁ କେବେ ହୋଇନାହିଁ । ଉପସ୍ଥିତ ଥିବା ୫ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦ ଲକ୍ଷ ଲେଖା ଋଣ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପ୍ରତ୍ୟେକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୦ ଲକ୍ଷ ଟଙ୍କାର ଋଣ ମିଳିଥିଲା । ଏହି ଅବସରରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ଆଗେଇ ନେବା ଓ ଓଡିଶାର ରୂପାନ୍ତରରେ ଭାଗୀଦାର ହେବା ପାଇଁ ବ୍ୟାଙ୍କର୍ସମାନଙ୍କୁ ଆହ୍ୱାନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମା’ମାନଙ୍କୁ ସଶକ୍ତ କରିବାରେ ଓଡିଶା ଏକ ଆଗୁଆ ରାଜ୍ୟ । ଓଡିଶାର ଘରେ ଘରେ, ଗାଁ ଗାଁରେ ଆଜି ମିଶନ ଶକ୍ତି ଆଜି ତା’ର ଜୟଯାତ୍ରା ଜାରି ରଖିଛି ଏବଂ ଆଗାମୀ ଦିନରେ ଏହା ଆହୁରି ସଶକ୍ତ ହେବ ବୋଲି ସେ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜିଲ୍ଲାସ୍ତରୀୟ ଫେଡେରେସନ୍‌ମାନଙ୍କ ପାଇଁ ଏକ କୋଟି ଏବଂ ବ୍ଲକ୍‌ସ୍ତରୀୟ ଫେଡେରେସନ୍‌ ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ କରିବା ପାଇଁ ନିଷ୍ପତ୍ତି କରାଯାଇଛି । ଏହା ସହିତ ମା’ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି ।

ମିଶନ ଶକ୍ତି କାର୍ଯ୍ୟକ୍ରମରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମେକ୍‌-ଇନ୍‌-ଓଡିଶା କାର୍ଯ୍ୟକ୍ରମରେ ଏହା ସବୁଠାରୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପୁରସ୍କାର ପାଇଛି ଏବଂ ମା’ମାନଙ୍କୁ ୧୦୦୧କୋଟି ଟଙ୍କାର ଋଣ ବ୍ୟବସ୍ଥା କରିଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ଗଙ୍କକ୍ଷଗ୍ଧସ ଚଙ୍କକ୍ସକ୍ଟ୍ରକ୍ଟଗ୍ଦର ଗକ୍ଟଭସକ୍ଷର ଠବଦ୍ଭ-ମଙ୍କଜ୍ଞ-ଇଞଗକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ସୂଚନାଯୋଗ୍ୟ ଯେ, ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଗ୍ରାମାଞ୍ଚଳରେ ବିଶେଷ କରି ମହିଳାମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଏଥିପାଇଁ ଗତ ୬ ବର୍ଷ ଧରି ଏହା ରାଜ୍ୟ ସରକାରଙ୍କ ଠାରୁ ଋଙ୍ଘମରକ୍ଷକ୍ଷରଦ୍ଭମର ଇଙ୍ଗବକ୍ସୟ ମଧ୍ୟ ପାଇଛି ।

ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଲେ ଯେ, ରାଜ୍ୟରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ହାରାହାରି ଋଣ ପରିମାଣ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ଉଦ୍ୟମ ଜାରି ରହିଛି । ଏଥିପାଇଁ ବ୍ୟାଙ୍କମାନେ ସହଯୋଗ କରିବାକୁ ସେ ପରାମର୍ଶ ଦେଇଥିଲେ । ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗତ କିଛି ବର୍ଷ ଧରି ଲକ୍ଷ୍ୟ ଠାରୁ ଅଧିକ ଋଣ ଉପଲବ୍ଧ ହୋଇପାରୁଛି ବୋଲି ସେ କହିଥିଲେ । ଏଥିରେ ଗ୍ରାମ୍ୟ ବ୍ୟାଙ୍କର ଭୂମିକାକୁ ସେ ପ୍ରଶଂସା କରିଥିଲେ ।

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ପାଇଁ ଆଜି ମିଶନ ଶକ୍ତି ଏକ ମହାଦୃମରେ ପରିଣତ ହୋଇପାରିଛି । ମିଶନ ଶକ୍ତିର ମା’ମାନେ ଋଣ ପରିଶୋଧ କ୍ଷେତ୍ରରେ ବହୁତ ଆଗରେ ଅଛନ୍ତି ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ଭାଗ ନେଇ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ କହିଲେ ଯେ, ମିଶନ ଶକ୍ତି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯେ, ବିଭିନ୍ନ କ୍ଷେତ୍ରରେ ଯୋଗଦାନ ରଖି ମା’ମାନେ ନିଜର ଉପସ୍ଥିତି ଓ ମର୍ଯ୍ୟାଦା ଜାହିର କରିବେ । ଏ କ୍ଷେତ୍ରରେ ଆଜି ଆମେ ଅନେକ ପରିମାଣରେ ସଫଳ ହୋଇଛୁ ବୋଲି ସେ କହିଥିଲେ । ସେ କହିଥିଲେ ଯେ, ଦିନ ଥିଲା ମା’ମାନେ ବ୍ୟାଙ୍କ କ’ଣ ଜାଣି ନ ଥିଲେ । ବ୍ୟାଙ୍କକୁ ଯିବାକୁ ଡରୁଥିଲେ । କାରଣ ଏହା ଥିଲା ପୁରୁଷମାନଙ୍କ କ୍ଷେତ୍ର । ଆଜି ବ୍ୟାଙ୍କମାନେ ଗାଁ ଗାଁ, ଘର ଘର ବୁଲି ମା’ମାନଙ୍କୁ ଋଣ ଦେଉଛନ୍ତି । ଏହା ହେଉଛି ରୂପାନ୍ତର ବୋଲି ସେ କହିଥିଲେ । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ସ୍ୱୟଂ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ଗୋଷ୍ଠୀକୁ ବ୍ୟାଙ୍କର ମାନଙ୍କ ଋଣ ପ୍ରଦାନ କାର୍ଯ୍ୟକ୍ରମର ନିୟମିତ ସମୀକ୍ଷା କରନ୍ତି । ସେହିପରି ମିଶନ ଶକ୍ତିକୁ ଏକ ସ୍ୱତନ୍ତ୍ର ବିଭାଗ କରିବାରେ ଓଡିଶା ପ୍ରଥମ ରାଜ୍ୟ । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମା’ମାନଙ୍କୁ ୫ ବର୍ଷରେ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରାଯିବ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷ ମୋହନ ଏମ୍‌ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜେନେରାଲ ମ୍ୟାନେଜର ବସନ୍ତ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.