ବେହେରାପାଲିଠାରେ ମେହେର ଜୟନ୍ତୀ ପାଳନ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ସୋହେଲା ବେହେରାପାଲିଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଗିରିଜା ଶଙ୍କର ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବେ ଠାକୁର ଚରଣ ସାହୁ ଯୋଗ ଦେଇ ଗଙ୍ଗାଧର ସାହିତ୍ୟ ଉପରେ ଆଲୋଚନା କରିଥିଲେ । ସଭା ପ୍ରାରମ୍ଭରେ ଅତିଥିମାନେ ଗଙ୍ଗାଧର ମେହେରଙ୍କ ଫଟୋ ଚିତ୍ର ସମ୍ମୁଖରେ ଦୀପ ପ୍ରଜ୍ୱଳନ କରିଥିଲେ । କବି ମୁନିରାମ କୁମ୍ଭାର ଏବଂ କବି ନକୁଳ ମେହେରଙ୍କ ସ୍ୱରଚିତ କବିତା ପାଠ କରିଥିଲେ । କେଦାରନାଥ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ କବି ରୋହିତ ମେହେର ସ୍ୱାଗତ ଭାଷଣ ଦେଇଥିବା ବେଳେ ସୁଶାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ଦାଶରଥି ସାହୁ, ଟେକଚାନ୍ଦ ମେହେର, ଅଶୋକ ମେହେର, ବାଳକୃଷ୍ଣ ଧୀବର, ଗୋବିନ୍ଦ ମେହେର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.