ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନ ମେଳା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ବିଜ୍ଞାନ ମେଳାରେ ବିଦ୍ୟାଳୟର ମୋଟ୍‌ ୯୨ଟି ପ୍ରକଳ୍ପ ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରଦର୍ଶିତ ହୋଇଥିଲା । ପ୍ରାରମ୍ଭରେ ମୁଖ୍ୟ ଅତିଥି ତଥା ଭାରତୀୟ ରାଜସ୍ୱ ସେବାର ଅବସର ପ୍ରାପ୍ତ ଅଧିକାରୀ ଗଙ୍ଗାଧର ମାଝୀ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହିତ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ଅରୁଣ କୁମାର ଠାକୁର ଓ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ବିଶ୍ଵ ଜୀବନ ପାଢ଼ୀ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ । ଉଦ୍‌ଯାପନୀ ଉତ୍ସବରେ ଜୟପାଟଣା ଅଗ୍ନିଶମ ବିଭାଗର ଅଧିକାରୀ ଗୁଲୁ ସାହୁ । ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସାମ୍ବାଦିକ ଆସ୍ରଫ ଅଲ୍ଲୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ।

Leave A Reply

Your email address will not be published.