ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ତ ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ବୈଜ୍ଞାନିକ ଭାରତ ରତ୍ନ ଏପିଜେ ଅବଦୁଲ କଲାମଙ୍କ ପୁଣ୍ୟ ତିଥି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ବିଜ୍ଞାନ ପ୍ରଦର୍ଶନୀରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବୈଷୟିକ ତଥା ବିଭିନ୍ନ ଜ୍ଞାନ କୌଶଳରେ ୬୦ରୁ ଅଧିକ ପ୍ରୋଜେକ୍ଟ ପ୍ରଦର୍ଶିତ ହୋଇଥିଲା । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଇକମାଳ ବିଇଓ ଅଦନ ସୁନା, ସମ୍ମାନୀୟ ଅତିଥି ଭାବେ ଏବିଇଓ ରାଧେଶ୍ୟାମ ମେହେର, ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ହୃଦାନନ୍ଦ ଭୋଇ, ଅବସରପ୍ରାପ୍ତ ସିଆରସିସି ଡୋଲାମଣି ମାହାର ଓ ମୀନକେତନ ସାହୁ ଏବଂ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଏବିଇଓ ପ୍ରେମାନନ୍ଦ ବାରିକ, ସିଆରସିସି ରଞ୍ଜନ ବାଗ, ବିଦ୍ୟାଳୟ ସଭାପତି ପ୍ରଦୀପ କୁମାର ପ୍ରଧାନ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ପାଇକମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ପ୍ରଦର୍ଶନୀ ଅତି ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ବିଜ୍ଞାନ ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବା କୁନି ବୈଜ୍ଞାନିକମାନଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରଥମ ମାନସୀ ଭୋଇ, ଦ୍ଵିତୀୟ ଦିବ୍ୟାଶ୍ରୀ ବାରିକ ଓ ତୃତୀୟ ଶ୍ୱେତାଙ୍କ ତାଣ୍ଡିଙ୍କୁ ପ୍ରମାଣ ପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଅଭିଭାବକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ଓ ବିଦ୍ୟାଳୟର କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।
