ଲୋଇସିଂହା ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୫ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ଲୋଇସିଂହା କଲେଜ ପଡିଆ ଠାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଆୟୋଜିତ ହୋଇଯାଇଛି । ଏଥିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର କାର୍ଯ୍ୟକ୍ରମ ପ୍ରଦର୍ଶନୀ, ଚାଷୀ ବୈଜ୍ଞାନିକ ଆଲୋଚନା ଚକ୍ର ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସମେତ ବିଭାଗର ବିକାଶ ସମ୍ୱନ୍ଧରେ ଆଲୋଚନା ହୋଇଥିଲା । ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡ. ଶାରଦା ପ୍ରସାଦ ସିଂ ବରିହାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପ୍ରାଣୀ ସମ୍ପଦ ବିଭାଗର ଅବସରପ୍ରାପ୍ତ ଅତିରିକ୍ତ ନିର୍ଦ୍ଦେଶକ ଡ. ଦିଗାମ୍ବର ନାୟକ, ଲୋଇସିଂହା ବିଡ଼ିଓ ଅକ୍ଷୟପାଣି ଉଡୁ, ତହସିଲଦାର ଟିକୁନୁ ପୁଟା, ସରପଞ୍ଚ ନବକିଶୋର ନାଏକ, ମନ୍ତ୍ରି ପ୍ରତିନିଧି ଗୌରାଙ୍ଗ ନାଏକ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଡ. ପ୍ରଫୁଲ୍ଲ କହଁର, ଉପଖଣ୍ଡ ପ୍ରାଣୀ ଚିକିତ୍ସାଧିକାରୀ ଡ. ମୋହନ ମାଣିଆ ପ୍ରମୁଖ ଉପସ୍ଥିତ ଥିଲେ । ଲୋଇସିଂହା ଗୋଷ୍ଠୀ ପ୍ରାଣୀ ଚିକିତ୍ସାଧିକାରୀ ଡ. ଆନନ୍ଦ ସାଗର ସେଠ୍ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ କୁନମୁନ ଦାସ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ପ୍ରାଣୀ ସମ୍ପଦ ତଥା ମତ୍ସ୍ୟ ବିଭାଗ ଏବଂ ଓଏଲ୍ଏମ୍‌ର ବିଭିନ୍ନ ଯୋଜନାରୁ ଉପକୃତ ହୋଇଥିବା ଚାଷୀ ଓ ସ୍ଵୟଂ ସହାୟିକା ଗୋଷ୍ଠୀଙ୍କୁ ଚେକ୍, ମାନପତ୍ର ତଥା ଉତ୍ତରୀୟ ଦେଇ ସମ୍ୱର୍ଦ୍ଧିତ କରାଯାଇଥିଲା । ଏଥିସହିତ ଏହି କାର୍ଯ୍ୟକ୍ରମ ଆଧାରିତ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରାରମ୍ଭରେ ଲୋଇସିଂହା ବିଡ଼ିଓ ଅକ୍ଷୟ ପାଣି ଉଡୁଙ୍କ ଦ୍ଵାରା ପରିବେଷିତ ଜଗନ୍ନାଥଙ୍କ ଭଜନ ବେଶ ହୃଦୟସ୍ପର୍ଶୀ ହୋଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ଡ. କଲ୍ଲୋଳ ପଣ୍ଡା, ଡ. ସଂଗ୍ରାମ କେଶରୀ ସିଂଙ୍କ ସମେତ ସମସ୍ତ ବିଭାଗୀୟ କର୍ମଚାରୀ ସହଯୋଗ କରିଥିବା ବେଳେ ବ୍ଲକ ମତ୍ସ୍ୟ ଅଧିକାରୀ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Leave A Reply

Your email address will not be published.