ଲୋକପ୍ରିୟ ଅଭିନେତା ମିହିର ଦାସ ଚାଲିଗଲେ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଡ଼ିଆ ଚଳଚ୍ଚିତ୍ର ଜଗତର ବେଶ୍‌ ଜଣାଶୁଣା ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଥିବା ଜଣାପଡ଼ିଛି । ତାଙ୍କ ଦେହାନ୍ତ ଓଡ଼ିଆ ସିନେମା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସିନେମା ପ୍ରେମୀ ମାନେ ମତ ଦେଇଛନ୍ତି । ତାଙ୍କ ବିୟୋଗରେ ଓଡ଼ିଆ ସିନେମା ଇଣ୍ଡଷ୍ଟ୍ରି ତଥା କଳାକାର ଜଗତରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.

16 − seven =