pakka

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ମାନଙ୍କ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

bbehera
  • ଅକ୍ଟୋବର ୨୦୨୩ରୁ ପିଛିଲା ଭାବରେ କାର୍ଯ୍ୟକାରୀ ହେବ
  • ଉପକୃତ ହେବେ ୫୯୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍
  • ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ପ୍ରୋତ୍ସାହନ ରାଶି ପାଇଁ ଅନୁରୋଧ କରିଥିଲେ

ଭୁବନେଶ୍ୱର : ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି । ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା ଏମ୍‌ବିକେ, ସିଆର୍‌ପି-ସିଏମ୍‌, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲା ଭାବେ ନିମ୍ନ ମତେ ଲାଗୁ କରାଯିବ ।
• ଏମ୍‌ବିକେ, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକାମାନେ ମାସିକ ୬୭୫୦ ଟଙ୍କାରୁ ୧୦୭୫୦ ଟଙ୍କା ପାଇବେ ।
• କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।
• ସିଆର୍‌ପି-ସିଏମ୍‌ ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।
ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ମାନେନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

jay balangir
Leave A Reply

Your email address will not be published.

1 × four =