pr

ବଙ୍ଗୋମୁଣ୍ଡାରେ କଂଗ୍ରେସର ମିଶ୍ରଣ ପର୍ବ ଅନୁଷ୍ଠିତ

dr. purohit

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ଆଜି କଂଗ୍ରେସର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ମିଶ୍ରଣ ପର୍ବରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା, ସମ୍ମାନିତ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ, ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ବଙ୍ଗୋମୁଣ୍ଡା ଜୋନ୍‌ର ଜିଲ୍ଲା ପରିଷଦ ସଦସ୍ୟ ଓମପ୍ରକାଶ କୁମ୍ଭାର, ପୂର୍ବତନ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ଗୁରୁଚରଣ ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ବିଜେଡି ଦଳକୁ ତ୍ୟାଗ କରି ଜିତେନ୍ଦ୍ର ବେହେରା, ପ୍ରମୋଦ ବେହେରା, ଶୁଶିଲ ବେହେରା, ଦୁଧେଶ୍ୱର ବେହେରା, ଲିଖେଶ୍ୱର ବେହେରା, କୁନାଲ ଦାଶ, ଗୟା ବେହେରା, ବେଲାର ବେହେରା, ରବିନ୍ଦ୍ର ବେହେରା, ପାଣ୍ଡୁରୁ ବାଗ, ତାରା ପୁଞ୍ଜି, ରୁଷୁ ହଂସଙ୍କ ସମେତ ବହୁ ଲୋକ ଆଜି କଂଗ୍ରେସ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । ତାଙ୍କୁ ବିଧାୟକ ପୁଷ୍ପମାଲ୍ୟ ଦେଇ କଂଗ୍ରେସ ଦଳକୁ ସ୍ୱାଗତ କରିଥିଲେ । ଆଗାମୀ ଦିନରେ କଂଗ୍ରେସ ଦଳକୁ ମଜବୁତ କରିବା ପାଇଁ ଆହ୍ୱାନ କରାଯାଇଥିଲା । ଏଥିରେ କଂଗ୍ରେସର ବହୁ କର୍ମୀମାନେ ସାମିଲ ହୋଇଥିଲେ ।

nrusinghnath
Leave A Reply

Your email address will not be published.