ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ : ୫୫ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡି ବିଜେଡିରେ କଲେ ଯୋଗଦାନ

ପାଟଣାଗଡ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶନିବାର ଦିନ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜେଡି କାର୍ଯ୍ୟାଳୟରେ ଧାତୁକ ପଞ୍ଚାୟତର ୫୫ ଜଣ ବିଜେପି ଓ କଂଗ୍ରେସ ଦଳ ଛାଡି ବିଜେଡି ଦଳରେ ଯୋଗଦାନ କରିଛନ୍ତି । ଅନ୍ୟପଟେ ଦଳରେ ବହୁ ଯୁବ ଗୋଷ୍ଠୀ ଆକୃଷ୍ଠ ହୋଇ ସାମିଲ ହୋଇଥିବାରୁ ଏକ ବୈଠକ ଆୟୋଜନ ହୋଇଥିଲା । ଏହି ବୈଠକରେ ଆଗାମୀ ଦିନର କାର୍ଯ୍ୟପନ୍ଥା ଓ ସଂଗଠନ ବିଷୟରେ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.