pakka

ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ୬ଟି ଜିଲ୍ଲାର ମିଶନ ଶକ୍ତି ମହିଳାମାନେ

bbehera
  • ଆମେ ବି ପାରିବୁ : ମିଶନ ଶକ୍ତି ମହିଳାମାନେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜାତୀୟ ପତାକା ତିଆରି କରିବାର ସୁଯୋଗ ପାଇ ଆମେ ଗର୍ବିତ । ମୁଖ୍ୟମନ୍ତ୍ରୀ ଆମ ଉପରେ ଭରସା କରି ଆମକୁ ଏ ମହାନ ସୁଯୋଗ ଦେଇଥିବାରୁ ଆମେ ତାଙ୍କ ନିକଟରେ କୃତଜ୍ଞ । ଆଜି ନବୀନ ନିବାସରେ ୬ଟି ଜିଲ୍ଲାର ମିଶନ ଶକ୍ତିର ମହିଳାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏହା କହିଛନ୍ତି
। ଆଜି ସଂଧ୍ୟାରେ ନବୀନ ନିବାସଠାରେ ଗଞ୍ଜାମ, ଗଜପତି, ନୂଆପଡା, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ୮୪ଟି ମିଶନ ଶକ୍ତି ଗୋଷ୍ଠୀର ମହିଳାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନଙ୍କ ଉପରେ ମୋର ପୁରା ଭରସା ରହିଛି। ଆପଣମାନଙ୍କ ଭିତରେ ବହୁତ କିଛି କରିବାର ସାମର୍ଥ ରହିଛି । ବହୁତ କମ୍ ସମୟ ପାଇ ମଧ୍ୟ ଆପଣମାନେ ୩୦ ଲକ୍ଷ ଜାତୀୟ ପତାକା ତିଆରି କରି ରାଜ୍ୟ ପାଇଁ ଗୌରବ ଆଣିପାରିଛନ୍ତି । ଆପଣମାନଙ୍କୁ ବହୁତ ବହୁତ ଧନ୍ୟବାଦ । ମିଶନ ଶକ୍ତିର ମହିଳାମାନେ କହିଥିଲେ ଯେ, ଜାତୀୟ ପତାକା ତିଆରି କରିବାର ଆନନ୍ଦ ପାଇ ଆମେ ବହୁତ ଖୁସି । ଆମେ ଏବଂ ମଧ୍ୟାହ୍ନ ଭୋଜନଠାରୁ ଆରମ୍ଭ କରି ଅଙ୍ଗନୱାଡୀ ପିଲାଙ୍କ ଡ୍ରେସ୍ ସିଲେଇ କରିବା, ଇଲେକ୍ଟ୍ରି ବିଲ୍ ଆଦାୟ କରିବା ଆଦି କାମ ବହୁତ ଭଲ ଭାବରେ କରିପାରୁଛୁ । ନୂଆପଡାରେ ଆମେ ଡ୍ରାଇଭିଂ ଶିକ୍ଷା ମଧ୍ୟ ନେଉଛୁ । ଆମେ ବି ପାରିବୁ, ଏ ବିଶ୍ୱାସ ଆମର ବଢିଛି । ଆମେ ସମସ୍ତେ ଏବେ କିଛି ନା କିଛି ଉପଯୋଗୀ କାର୍ଯ୍ୟରେ ନିୟୋଜିତ ହୋଇପାରିଛୁ ବୋଲି ସେମାନେ କହିଥିଲେ । ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମହିଳାମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ ।

Leave A Reply

Your email address will not be published.

16 − 4 =