ଆରପାରିକୁ ଚାଲିଗଲେ ବିଧାୟକ ରାଜେନ୍ଦ୍ର ଢୋଲକିଆ

ନୂଆପଡ଼ା, (କେପିଏନ୍‌ଏସ୍‌): ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି । ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ସେ ପୀଡ଼ିତ ଥିବା କୁହାଯାଉଛି । ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେ ୨୦୦୪ରେ ନୂଆପଡ଼ାରୁ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ବିଜେଡିରେ ମିଶି ୨୦୧୪, ୨୦୧୯ ଏବଂ ୨୦୨୪ ନିର୍ବାଚନ ଜିତିଥିଲେ । ସେ କ୍ୟାବିନେଟ୍‌ ମନ୍ତ୍ରୀ ମଧ୍ୟ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଲହରୀ ଖେଳିଯାଇଛି ।

Leave A Reply

Your email address will not be published.