ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ

ସୋନପୁର, (ପ୍ରଭୁଦତ୍ତ ରଥ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଭାଗୃହ ଠାରେ ଜିଲ୍ଲାପାଳ ଶ୍ରୀମତୀ ମୋନୀଷା ବାନାର୍ଜୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ ଭୋଇ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ପିଡି ଡିଆରଡ଼ିଏ ଡୋଳାମଣି ପଟେଲ, ଅତିରିକ୍ତ ଏସପି ଉତ୍କଳ କେଶରୀ ଦାଶ, ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସମେତ ଜିଲ୍ଲାର ସମସ୍ତ ବିଡ଼ିଓ, ତହସିଲଦାର, ଜିଲ୍ଲାପାଳ ଅଫିସର ବରିଷ୍ଠ ଅଧିକାରୀ, କର୍ମଚାରୀ ଯୋଗଦେଇ ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀଙ୍କ କାର୍ଯ୍ୟଶୈଳୀ ଆଗାମୀ ଦିନରେ ଆମ ସମସ୍ତଙ୍କୁ ପ୍ରେରଣା ଓ ଉତ୍ସାହ ପ୍ରଦାନ କରିବ ବୋଲି ନିଜ ନିଜର ମତ ରଖି ଉଜ୍ୱଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଥିଲେ । ପ୍ରଶାସନ ପକ୍ଷରୁ ପୁଷ୍ପଗୁଚ୍ଛ ସହିତ ଏକ ସ୍ମୁତି ଫଳକ ପ୍ରଦାନ କରି ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ ଆପଣ ମାନଙ୍କ ସମସ୍ତଙ୍କ ଦୃଢ ମନୋବଳ, ସହଯୋଗ ଓ କର୍ମ ତପ୍ତରତା ଲାଗି ଜିଲ୍ଲାର ସାମୁହିକ ବିକାଶ ସମ୍ଭବ ହୋଇପାରିଛି ବୋଲି ମତ ରଖି ସଭାରେ ଉପସ୍ଥିତ ସମସ୍ତ ଅଧିକାରୀ, କର୍ମଚାରୀଙ୍କୁ କୃତଜ୍ଞତା ଜଣାଇଥିଲେ ଏବଂ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ କରିଥିଲେ । ସୋନପୁର ଉପଜିଲ୍ଲାପାଳ ନିହାର ରଞ୍ଜନ କହଁର ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.