ମନୋରମା ମହାପାତ୍ରଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ବିଶିଷ୍ଟ ସମାଜସେବୀ ତଥା ଯଶସ୍ୱୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର ହେବ ବୋଲି ସୂଚନା ମିଳିଛି । ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନୋରମା ମାହପାତ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ କଟକ ସ୍ଥିତ ବାସଭବନରେ ବହୁ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତି ତାଙ୍କ ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

Leave A Reply

Your email address will not be published.