jayashree

କୁଶଦାଦରରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସପ୍ତମ ମାସିକ ବୈଠକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କୁଶଦାଦର ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସପ୍ତମ ମାସିକ ବୈଠକ ଆୟୋଜିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନ ଶିକ୍ଷକ ରଘୁନାଥ ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପଣ୍ଡରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନନ୍ଦ କିଶୋର ବିଶି ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ । ମୁଖ୍ୟ ପ୍ରଶିକ୍ଷକ ଭାବେ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର ପୁରୋହିତ ଯୋଗଦେଇ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ଶିକ୍ଷାଦାନର ନମୁନା ମାସିକ ପାଠ ଯୋଜନା ବିଷୟରେ ଆଲୋଚନା କରିଥିଲେ । ଧାତୁକିପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୋହନ ଚରଣ ନାଏକ ବିଜ୍ଞାନ କ୍ଲବ ଉପରେ ଆଲୋଚନା କରିଥିବା ବେଳେ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଲଳିତା ଭୁଏ ଶିକ୍ଷା ସୋପାନ ରେଜିଷ୍ଟର ପୂରଣ କୌଶଳ ବିଷୟରେ ଆଲୋଚନା କରିଥିଲେ । ସୁଲେଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମାନିନୀ ବାଗ ସ୍ଥାନୀୟ ବିଦ୍ୟାଳୟର ବିଭିନ୍ନ ଅଭିନବ କାର୍ଯ୍ୟ ବିଷୟରେ ଆଲୋଚନା କରିଥିବା ବେଳେ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହାରାଧନ ବେରିଆ ବିଦ୍ୟାଳୟ କାର୍ଯ୍ୟକ୍ରମରେ କମ୍ପ୍ୟୁଟର ଟାବ୍‌ଲେଟ୍‌ର ବ୍ୟବହାର ଉପରେ ଆଲୋଚନା କରିଥିଲେ । ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତୁଳସୀରାମ ଭୋଇ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଟ୍ରାକର ପୂରଣ କରିବା ପଦ୍ଧତି ଉପରେ ଆଲୋଚନା କରିଥିବା ବେଳେ କାଇସ କନ୍ଦା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚୁମକି ବିଶି ପୂର୍ବ ବୈଠକର ବିବରଣୀ ଉପରେ ଆଲୋଚନା କରିଥିଲେ । ପଣ୍ଡରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ କୁଶ ପୁଟେଲ ଶୈକ୍ଷିକ କ୍ୟାଲେଣ୍ଡର ଉପରେ ଆଲୋଚନା କରିଥିବା ବେଳେ ସହକାରୀ ଶିକ୍ଷକ ଦିବାକର ବଢ଼େଇ କ୍ୟାରିଅର ମାର୍ଗ ଦର୍ଶନ ୱେବସାଇଟ୍‌ର ବ୍ୟବହାର ଉପରେ ଆଲୋଚନା କରିଥିଲେ । ଶିକ୍ଷୟିତ୍ରୀ ରଶ୍ମିତା କୁଅଁର ମୌଳିକ ଭାଷା ଶିକ୍ଷାଦାନର ପ୍ରଦର୍ଶନ କରିଥିବା ବେଳେ ଶିକ୍ଷକ ବିକାଶ ଭରାସାଗର ମୌଳିକ ସଂଖ୍ୟାଜ୍ଞାନ ଶିକ୍ଷଣର ପ୍ରଦର୍ଶନ କରିଥିଲେ । ସ୍ଥାନୀୟ ବିଦ୍ୟାଳୟର ପାଚିକା ସହାୟିକା ସହଯୋଗ କରିଥିଲେ । ଶେଷରେ ସହକାରୀ ଶିକ୍ଷୟିତ୍ରୀ କଳ୍ପନା ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.