centurian jitm

ବାରହା ଫାଶରେ ପଡି ଯୁବକ ମୃତ

କୋରାପୁଟ : କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ ଉମ୍ବଲ ପଞ୍ଚାୟତ ମେଡିପୁଟ ଗ୍ରାମରେ ସୋମବାର ଏକ ଅଘଟଣ ଘଟିଛି । ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ମୃତକ ଜଣକ ହେଲେ ପଦୁ ଗୁଣ୍ଠା । ତେବେ କିଛି ଯୁବକ ବାରହା ଶିକାର ପାଇଁ ସଂଯୋଗ କରିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଥିବାରୁ ଗ୍ରାମରେ ଉତ୍ତେଜନା ଦେଖାଦେଇଛି । ନନ୍ଦପୁର ଥାନା ଅଧିକାରୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

Leave A Reply

Your email address will not be published.