ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀ ମୃତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଲିଗୁଡ଼ା ସୁରୁବାଲି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ତେବେ ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଗାଡି ଫୋରାର୍‌ ହୋଇଥିବା ଜଣାପଡିଛି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨ ମୃତକ ବାନ୍ଦାପାଙ୍ଗାର ଅଚ୍ୟୁତ ଦିଗାଳ ଏବଂ ବଡ଼ଗାଁର ପେଟୁ ମଳିକ ବୋଲି ଜଣାପଡିଛି । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.

four × 2 =