om academy

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ

jsm

ଧର୍ମଗଡ : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ବଣ୍ଟାକୁଟୁରା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକେ ଗୁରୁତର ହୋଇଥିବା ସୂଚନା ମିଳିଛି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ଖବର ଅନୁସାରେ, ମା’ ମେଲୋଡି ନାମକ ଏକ ବ୍ୟାଣ୍ଡପାର୍ଟି ମିନିଟ୍ରକ ଗୋଲାମୁଣ୍ଡାରୁ ଜୁନାଗଡ଼ ଅଭିମୁଖେ ଯାଉଥିଲା । ଠିକ୍‌ ଏହି ସମୟରେ ବଣ୍ଡାକୁଟୁରା ଛକ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଓଲଟିପଡିଥିଲା । ଯାହା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଭବାନୀପାଟଣା ଜିଲ୍ଲା ଚିକିତ୍ସାଳୟକୁ ପଠାଯାଇଛି ।

Leave A Reply

Your email address will not be published.