ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌ : ୨ ମୃତ

କଟକ : କଟକ ବାଲିକୁଦା ଛକରେ ମର୍ମନ୍ତୁଦ ଦୁର୍ଘଟଣା । ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଖବର ଅନୁଯାୟୀ, କଟକ ବାଲିକୁଦା ଛକ ନିକଟରେ ସ୍କୁଟିରେ ଯାଉଥିବା ସମୟରେ ଧକ୍କା ଦେଇଥିଲା ଟ୍ରକ୍‌ । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ । ସେପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଜମିଛି । ଏହାସହ ସ୍ଥାନୀୟ ପୋଲିସ ମଧ୍ୟ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

Leave A Reply

Your email address will not be published.