oum

ବଜ୍ରାଘାତରେ ୨ ଜଣ ମୃତ

jsm

ଖୋର୍ଦ୍ଧା : ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ପୁବୁସାହି ଜୟମଙ୍ଗଳ ଗ୍ରାମରେ । ସେଇ ଗ୍ରାମର ନାରଣ ପ୍ରଧାନ ଏବଂ ସରୋଜ ଜେନା ନାମକ ୨ ଜଣ ବ୍ୟକ୍ତି ଚାଷ କାମ ସାରି ବିଲରୁ ଫେରୁଥିବା ବେଳେ ବଜ୍ରପାତ ଘଟି ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଉଭୟଙ୍କ ମୃତଦେହକୁ ଖୋର୍ଦ୍ଧା ମେଡିକାଲକୁ ଅଣାଯାଇଛି । ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଘଟଣାର ତଦନ୍ତ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ସରକାରୀ ସହାୟତା ପ୍ରଦାନ କରିବାକୁ ପ୍ରଶାସନ ନିକଟରେ ଦାବି କରିଛନ୍ତି ।

Leave A Reply

Your email address will not be published.