ଟ୍ରକ୍‌କୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍‌ : ୩ ଜଣ ମୃତ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥର ବୁଢ଼ୀଖମାରୀ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍‌ । ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଅଜି ଭୋର ୫ଟା ସମୟରେ ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍ । ସୂଚନା ଅନୁଯାୟୀ ତୀର୍ଥଯାତ୍ରୀଙ୍କୁ ନେଇ ହାଇଦ୍ରାବାଦରୁ ବାହାରି ଥିବା ଏକ ଘରୋଇ ବସ୍‌ ଗୋଆ ଅଭିମୁଖେ ଯାଉଥିବାବେଳେ ବୁଢ଼ୀଖମାରୀ ଛକ ନିକଟ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା । ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବାବେଳେ ଟ୍ରକ୍‌ଟି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା । ଖବର ପାଇ ବେତନଟୀ ପୁଲିସ ଦୁର୍ଘଟଣା ଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.