ଅଜଣା ଗାଡି ଧକ୍କାରେ ଜଣେ ମୃତ : ପରିଚୟ ଅସ୍ପଷ୍ଟ

ଧର୍ମଗଡ : ବିଳମ୍ବିତ ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କୁ ଧକ୍କା ଦେଲା ଅଜଣା ଗାଡି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ବିଜୁ ଏକ୍ସପ୍ରେସ ୱେ କୁଲେରଗୁଡ଼ା ନିକଟରେ ଏଭଳି ଘଟଣା ଘଟିଛି । ସୂଚନା ଅନୁସାରେ, ଜଣେ ବ୍ୟକ୍ତି ବିଜୁ ଏକ୍ସପ୍ରେସ ୱେ କୁଲେରଗୁଡ଼ା ନିକଟରେ ଶନିବାର ବିଳମ୍ୱିତ ରାତିରେ ଫେରୁଥିଲେ । ଏହି ସମୟରେ ଏକ ଅଜଣା ଗାଡ଼ି ଆସି ବ୍ୟକ୍ତିଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଥିଲା । ତେବେ ରବିବାର ସକାଳୁ ବ୍ୟକ୍ତିଙ୍କ ମୃତଦେହ ରାସ୍ତାରେ ପଡ଼ି ରହିଥିବାର ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଜଣାଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ଘଟଣାର ତଦନ୍ତ କରୁଛି ପୋଲିସ । ତେବେ ବର୍ତ୍ତମାନ ସୁଦ୍ଧା ମୃତ ବ୍ୟକ୍ତିଙ୍କ ପରିଚୟ ମିଳି ପାରିନାହିଁ ।

Leave A Reply

Your email address will not be published.