ଅଭାବନୀୟ ଘଟଣା : ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ

ରାଜଗାଙ୍ଗପୁର : ଅଭାବନୀୟ ଘଟଣା : ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ରମାବାହାଲ ରାଜ୍ୟ ରାଜପଥ ୧୦(ବିଜୁ ଏକ୍ସପ୍ରେସ)ରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁଯାୟୀ, ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଜଣେ ବାଇକ୍ ଆରୋହୀଙ୍କୁ ଏକ ଅଜଣା ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ବାଇକକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ । ଖବରପାଇ କାଂଶବାହାଲ ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ରାଜଗାଙ୍ଗପୁର ସିଏଚସିକୁ ପଠାଇ ଅଧିକ ତଦନ୍ତ ଜାରି ରଖିଥିବା ଖବର ମିଳିଛି ।

Leave A Reply

Your email address will not be published.