pakka

ଅଜଣା ଗାଡି ଧକ୍କାରେ ଯୁବକ ମୃତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ସିଦ୍ଧପୁର ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ସୂଚନାନୁସାରେ ସିଦ୍ଧପୁର ଛକ ନିକଟରେ ସୋରଜ କୁମାର ମେହେର ନାମକ ଏକ ଯୁବକଙ୍କୁ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା । ଗୁରୁତର ଅବସ୍ଥାରେ ଯୁବକ ଜଣକ ରାସ୍ତାରେ ପଡି ରହିଥିଲେ । ପରେ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଯୁବକଙ୍କୁ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତଦେହ ବ୍ୟବଚ୍ଛେଦ ହେବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା ।

Leave A Reply

Your email address will not be published.

five × 5 =