ସାପ କାମୁଡାରେ ଯୁବକ ମୃତ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମର ଜଣେ ବ୍ୟକ୍ତିଙ୍କ ସାପ କାମୁଡାରେ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ ଗ୍ରାମର ନରେନ୍ଦ୍ର ମୁଣ୍ଡାଙ୍କ ପୁଅ ଚିତ୍ତରଞ୍ଜନ ମୁଣ୍ଡା(୪୫) ଗତକାଲି ଘରେ ଶୋଇଥିବା ବେଳେ ତାଙ୍କୁ ଏକ ବିଷଧର ଚିତି ସାପ କାମୁଡି ଦେଇଥିଲା । ପରେ ତାଙ୍କୁ ଚିକିତ୍ସା ପାଇଁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ଚିତ୍ତରଞ୍ଜନଙ୍କ ମୃତ୍ୟୁ ଘଟିଛି । ଏନେଇ ପୁଲିସକୁ ସୂଚନା ମିଳିବା ପରେ ତୁରୁମୁଙ୍ଗା ଥାନା ଏଏସଆଇ ନରେଶ ଓରାମ କେନ୍ଦୁଝର ଯାଇ ମୃତକର ଶବ ବ୍ୟବଚ୍ଛେଦ କରି ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି ।

Leave A Reply

Your email address will not be published.