ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ଭାସି ବୃଦ୍ଧ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ରେ ଗାଧୋଉଥିବା ବେଳେ ନଦୀରେ ଭାସିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ମୁଣ୍ଡିଗଡ଼ ଗାଁର ରାଇସିଂ ପାତ୍ର । ମୁଣ୍ଡିଗଡ଼ ଗାଁର ରାଇସିଂ ଶନିବାର ନଦୀ ତୁଠକୁ ଗାଧେଇବାକୁ ଯାଇଥିଲେ । ହଠାତ ନଦୀରେ ପାଣିର ମାତ୍ରା ବଢ଼ି ଯାଇଥିଲା । ସେ ପାଣିରୁ ବାହାରି ନ ପାରି ନଦୀରେ ଭାସିଯାଇଥିଲେ । ଗ୍ରାମବାସୀ ବହୁ ଖୋଜା ଖୋଜି କରିବା ପରେ ତାଙ୍କ ସନ୍ଧାନ ମିଳିନଥିଲା । ରବିବାର ସକାଳେ ଗାଧୁଆ ଘାଟରୁ ପ୍ରାୟ ଗୋଟିଏ କିଲୋମିଟର ଦୂରରେ ଥିବା ରାହୁଲ ନଦୀର କୁନ୍ଦଲି ଦର ନାମକ ଘାଟରେ ତାଙ୍କ ମୃତଦେହ ଅଟକି ରହିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ଗ୍ରାମବାସୀ ମୃତଦେହକୁ ଚିହ୍ନଟ କରି ତୁମୁଡିବନ୍ଧ ପୋଲିସକୁ ଜଣାଇଥିଲେ । ପୋଲିସ ଓ ଅଗ୍ନିଶମ ବାହିନୀ ମୃତଦେହକୁ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛନ୍ତି ।

Leave A Reply

Your email address will not be published.