centurian jitm

ଭାଲୁ ଆକ୍ରମଣରେ ବୃଦ୍ଧା ମୃତ

nschool

ଘଟଗାଁ : କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ମରାଗୋଳା ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ ବୃଦ୍ଧା ଜଣଙ୍କ ହେଲେ ଗ୍ରାମର ମସୁରି ଜୁଆଙ୍ଗ (୬୨) ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ମରାଗୋଳା ଗ୍ରାମର ମସୁରି ଆଜି ନିଜ ବିଲକୁ କାମ କରିବାକୁ ଯାଇଥିଲେ । ଏତିକିବେଳେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା । ଫଳରେ ସେ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ହରିଚନ୍ଦନପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

Leave A Reply

Your email address will not be published.