pakka

ଚାଷ ଜମିରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

bbehera

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଆମ୍ବପାଲି ଗାଁର ଏକ ଚାଷ ଜମିରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋିଥିବା ଜଣାପଡିଛି । ତେବେ ମହିଳାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ଆମ୍ବପାଲି ଗାଁର ଜାନକୀ ମହାନନ୍ଦ ସମବାର ସକାଳୁ ନିଜ ବିଲକୁ ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ଘରକୁ ଫେରିନଥିଲେ । ଜାନକୀଙ୍କ ପୁଅ ଝିଅ ବ୍ୟସ୍ତ ହୋଇ ତାଙ୍କୁ ଖୋଜାଖୋଜି କରିଥିଲେ । ହେଲେ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଜାନକୀଙ୍କର କୌଣସି ଖୋଜ ଖବର ନମିଳିବାରୁ ତାଙ୍କ ପୁଅ ପଡୋଶୀଙ୍କୁ ଜଣାଇଥିଲେ । ପାଖ ପଡୋଶୀ ତାଙ୍କ ଚାଷ ଜମିକୁ ଖୋଜିବା ପାଇଁ ଯାଇଥିଲେ । ସେଠାରେ ଜାନକୀଙ୍କୁ କ୍ଷତ ବିକ୍ଷତ ଅବସ୍ଥାରେ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ଏହାପରେ ପରିବାର ଲୋକେ ଜାନକୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ଜାନକୀଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ସଇଁତଲା ପୋଲିସ ଡାକ୍ତରଖାନାକୁ ଯାଇ ଶବ ଜବତ କରି ତଦନ୍ତ ଆରମ୍ଭ କରିଛି । ଜାନକୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

Leave A Reply

Your email address will not be published.

12 + four =