ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ସାଲେପୁର : କଟକ ଜିଲ୍ଲା ମାହାଙ୍ଗା ଥାନା କୁସୁପୁର ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର । ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲ ଉପରେ ତାଙ୍କ ବାଇକ ଏବଂ ଗାମୁଛା ଦେଖିବାକୁ ମିଳିଛି । ମୃତ ଯୁବକ ଜଣକ କୁସୁପୁର ଗ୍ରାମର ପ୍ରମୋଦ ବେହେରା ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଆଜି ବିରୂପା ନଦୀ ପୋଲ ତଳକୁ କିଛି ଲୋକ ଗୋଧୋଇବା ପାଇଁ ଯାଇଥିବା ସମୟରେ ସେଠାରେ ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ମାହାଙ୍ଗା ପୋଲିସକୁ ସୂଚନା ଦେଇଥିଲେ । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥି ସହୀତ ପ୍ରମୋଦଙ୍କ ମୃତ୍ୟୁର କାରଣ ଖୋଜିବା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

Leave A Reply

Your email address will not be published.