ଜଙ୍ଗଲ ଭିତରୁ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲିଗୁଡା : କୋଟଗଡ଼ ମୃତ୍ତିକା ସଂରକ୍ଷଣ ଯନ୍ତ୍ରୀ ରାମଚନ୍ଦ୍ର କାର୍ଜିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

ସୂଚନାନୁଯାୟୀ, କୋଟଗଡ଼ ମୃତ୍ତିକା ସଂରକ୍ଷଣ ଯନ୍ତ୍ରୀ ରାମଚନ୍ଦ୍ର କାର୍ଜି ବୁଧବାର ସନ୍ଧ୍ୟା ଠାରୁ ଘରୁ କେଉଁଆଡ଼େ ଚାଲିଯାଇଥିଲେ । ଗୁରୁବାର ସକାଳେ କିଛି ଗ୍ରାମବାସୀ ପାଟାମାହା ଜଙ୍ଗଲ ଭିତରେ ତାଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ । ଏନେଇ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ପୋଲିସ ଏନେଇ ଅଧିକ ତଦନ୍ତ କରୁଛି ।

Leave A Reply

Your email address will not be published.